ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା

Jan 26, 2022 - 05:38
 56
ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର ୨୬।୦୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୪୨୬ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।