ରାଜ୍ୟରେ ଲମ୍ବଡିଆଁ ମାରୁଛି କରୋନା, ଆଜି ରାଜ୍ୟରେ ୬୮୦ କରୋନା ପଜିଟିଭ ଚିହ୍ନଟ

Jan 4, 2022 - 05:40
 53
ରାଜ୍ୟରେ ଲମ୍ବଡିଆଁ ମାରୁଛି କରୋନା, ଆଜି ରାଜ୍ୟରେ ୬୮୦ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ଧୀରେଧୀରେ କରୋନା ଗ୍ରାଫ ଉପର ମୁହାଁ ହେବାରେ ଲାଗିଛି । ଗତ କିଛି ଦିନ ତଳେ କରୋନା ସଂକ୍ରମଣ ହାର ସାମାନ୍ୟ ହ୍ରାସ ପରିଲକ୍ଷିତ ହେଉଥିବାବେଳେ ବର୍ତ୍ତମାନ ସଂକ୍ରମଣ ବଢିବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୬୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୯୭ଜଣ ରହିଥିବାବେଳେ ୨୮୩ଜଣ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୧୧୯ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି । ଏହି ୬୮୦ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୩ ଜଣ ଥିବା ବେଳେ ଅନୁଗୋଳରୁ ଜଣେ, ବାଲେଶ୍ୱରରୁ ୩୪, ବରଗଡ଼ରୁ ୧୪, ବଲାଙ୍ଗିରରୁ ୪, କଟକରୁ ୫୯, ଦେବଗଡ଼ରୁ ୯, ଢେଙ୍କାନାଳରୁ ଜଣେ, ଗଜପତିରୁ ୪, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୭, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୨୫, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୮, କୋରାପୁଟରୁ ୯, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ୧୩, ନୟାଗଡ଼ରୁ ୪, ନୂଆପଡ଼ାରୁ ଜଣେ, ପୁରୀରୁ ୧୫, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୪୨, ସୋନପୁରରୁ ୬ ଓ ସୁନ୍ଦରଗଡ଼ରୁ ୬୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୬୧ ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୫୬ହଜାର ୬୬୦କୁ ବୃଦ୍ଧି ପାଇଛି ।