ରାଜ୍ୟରେ ୨୫୭ କରୋନା ପଜିଟିଭ

Aug 28, 2022 - 06:29
 69
ରାଜ୍ୟରେ ୨୫୭ କରୋନା ପଜିଟିଭ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୬୯୨୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୬୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୮୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୫୭୨୪ ଜଣ ସୁସ୍ଥ ହୋଇଛନ୍ତି ।