ଲଘୁଚାପ ପ୍ରଭାବରେ ଆଜି ଏହି ଜିଲ୍ଲାରେ ପ୍ରବଳ ବର୍ଷା
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ସୁନ୍ଦରଗଡ, ଝାରସୁଗୁଡା, ଓ ବରଗଡ ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଏହାଦ୍ୱାରା ବୁଢାବଳଙ୍ଗ, ସୁବର୍ଣ୍ଣରେଖା, ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ସ୍ଥିତି ମଧ୍ୟ ଉପୁଜିପାରେ ।
ଏହା ବ୍ୟତୀତ ଦେବଗଡ, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ଢେଙ୍କାନାଳ ଆଦି ଜିଲ୍ଲାରେ ମଧ୍ୟ ଲଘୁଚାପ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହିତ ଆଗାମି ୩ ଘଣ୍ଟା ସତର୍କ ରହିବାକୁ ପାଣିପାଗ ବିଭାଗ ନିଦେ୍ର୍ଧଶ ଦେଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ଥିବାରୁ ମସô୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।