ଶ୍ରୀଜିଉଙ୍କ ବନକଲାଗି, ଅପରାହ୍ନ ୫ରୁ ରାତି ୯ ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

Feb 23, 2022 - 06:04
 46
ଶ୍ରୀଜିଉଙ୍କ ବନକଲାଗି, ଅପରାହ୍ନ ୫ରୁ ରାତି ୯ ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ : ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ,କସ୍ତୁରୀ ଓ କଳା ଓ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଏ । ବନକଲାଗି ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।