ସ୍ତ୍ରୀ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡ

Jul 30, 2018 - 14:46
 222
ସ୍ତ୍ରୀ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡ
ବାରିପଦା:୩୦/୦୭ (ସକାଳଖବର): ବାରିପଦା ଜିଲ୍ଲା ଓ ଦୌରା ଜଜ୍ ସଞ୍ଜୟ ରଞ୍ଜନ ବହିଦାର ଆଜି ସ୍ୱାମୀ ଦ୍ୱାରା ସ୍ତ୍ରୀର ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ୱାମୀ କପ୍ତିପଦା ଥାନା ଅନ୍ତର୍ଗତ ପଥରସାହି ଗ୍ରାମର ଶମ୍ଭୁ ନାୟକ(୩୫)ଙ୍କୁ ଦୋଷୀ ସାବ୍ୟସ୍ତ କରାଇବା ସଂଗେସଂଗେ ଭାରତୀୟ ପିଙ୍ଗଳ କୋଡର଼୍ ଧାରା ୩୦୨ରେ ଆଜୀବନ ସଶ୍ରମ କାରାଦଣ୍ଡ ସହିତ ୧୦ ହଜାର ଅର୍ଥଦଣ୍ଡରେ ଦଣ୍ଡିତ କରାଇଛନ୍ତି । ଏଥି ସହିତ ଜୋରିମାନା ଅର୍ଥ ଅନାଦେୟରେ ଅତିରିକ୍ତ ୬ ମାସ ସଶ୍ରମ କାରାଦଣ୍ଡ ଭୋଗିବାକୁ ହେବ ବୋଲି ରାୟରେ ଉଲ୍ଲେଖ କରିଛନ୍ତି । ସେହିପରି ଆଇପିସି ଧାରା ୫୦୬ରେ ୬ ମାସ କାରାଦଣ୍ଡ, ଏକ ହଜାର ଟଙ୍କା ଅର୍ଥଦଣ୍ଡ ଏବଂ ଅନାଦେୟରେ ଅଧିକ ଏକ ମାସ କାରାଦଣ୍ଡର ରାୟ ଶୁଣାଇଛନ୍ତି । ଏହି ସମସ୍ତ ଦଣ୍ଡାଦେଶ ଏକକାଳୀନ ଲାଗୁ କରାଯାଇଥିବାର ସୂଚନା ମିଳିଛି ।