ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କୁ କୋଭିଡ୍ ପଜିଟିଭ୍ ଚିହ୍ନଟ

Jan 7, 2022 - 07:11
 51
ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କୁ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର ୭।୧: ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ କରୋନା । କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ନିଜେ ସ୍ବାସ୍ଥ୍ୟ ମନ୍ତ୍ରୀ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ଟ୍ବିଟ୍‌ କରି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଲେଖିଛନ୍ତି, ଗୁରୁବାର ଦିନ ସେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କଠାରେ କୌଣସି ଲକ୍ଷଣ ଦେଖାଯାଉନଥିଲା । ସେ ହୋମଆଇସୋଲେସନରେ ରହିଥିବା ସୂଚନା ଦେଇଛନ୍ତି । ଗତ ୩ ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି କୋଭିଡ୍ ପରୀକ୍ଷା କରାଇବାକୁ ସ୍ବାସ୍ଥ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।