୩୦ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ଘୋଷଣା କଲା ବିଜେଡି

Aug 23, 2019 - 17:38
 162
ଭୁବନେଶ୍ୱର,୨୩/୮(ସକାଳଖବର): ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୦ଟି ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି । ବିଜେଡି ପକ୍ଷରୁ ଶୁକ୍ରବାର ଦିନ ପର୍ଯ୍ୟବେକ୍ଷକ ତାଲିକା ପ୍ରକାଶ ପାଇଛି । ଏହି ତାଲିକା ଅନୁଯାୟୀ ପୂର୍ବତନ ମନ୍ତ୍ରୀ ସଞ୍ଜୟ କୁମାର ଦାସବର୍ମାଙ୍କୁ ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲା ଦାୟିତ୍ୱ ଦିଆଯାଇଥିବା ବେଳେ ଚନ୍ଦ୍ରସାରଥୀ ବେହେରାଙ୍କୁ କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । ନଳିନୀକାନ୍ତ ପ୍ରଧାନଙ୍କୁ ସମ୍ବଲପୁର ଓ ଦେବଗଡ଼ ଜିଲ୍ଲା ଦାୟିତ୍ୱ ଦିଆଯାଇଛି ।